ବୁଗୁଡା , ୨୪/୩/୨୫ : ବୁଗୁଡ଼ା ବ୍ଲକ ଅନ୍ତର୍ଗତ ପୋଚାଲୁଣ୍ଡି ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳନା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଙ୍କର ପରିଡା ଅଧ୍ୟକ୍ଷତା କରିଥଲେ। ପୋଚାଲୁଣ୍ଡି ପଞ୍ଚାୟତର ସରପଞ୍ଚ ସୁଜାତା କୁମାରୀ ପ୍ରଧାନ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ବେହେରା ,ବିଷ୍ଣୁଚକ୍ର କ୍ଲଷ୍ଟର ସି.ଆର.ସି.ସି ସନ୍ତୋଷ କୁମାର ଡାକୁଆ, ମା କାଳୀ କୃଷକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମା ରଞ୍ଜନ ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନବକୃଷ୍ଣ ସାହୁ , ସମିତି ସଭ୍ୟ କାହ୍ନୁ ଚରଣ ସେଠୀ, ଏନ୍ ପାଟଣା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଳୀୟ ସାମଲ , ଘୋଡାପଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଜେନା, ସୋରଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ମୃତି ସ୍ମିତା ସାହୁ, ଖୁଦପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଛବି କୁମାରୀ ମହାରଣା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପରିଡ଼ା ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ପବିତ୍ର ମୋହନ ପ୍ରଧାନ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ଅଭିବାବକଙ୍କ ସହ ଗ୍ରାମବାସୀ ଉପସ୍ଥିତ ଥିଲେ। କୁନି କୁନି ପିଲାମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରାସ୍କାର ପ୍ରଦାନ କରିଥିଲେ। ଏହାପରେ ଆମ ସଂସ୍କୃତି, ଆମ ଖେଳନା କର୍ମଶାଳାରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ନିର୍ମିତ ଖେଳନା ପଦର୍ଶିତ କରାଯାଇଥିଲା। ଶେଷରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଭିକାରୀ ଚରଣ ପ୍ରଧାନ ଧନ୍ୟବାଦ ଅର୍ପଣ କରଥିଲେ।