ଝୋଲରି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

0
12

ବୁଗୁଡ଼ା , ୨୬/୦୩/୨୫ ବୁଗୁଡା ବ୍ଲକ ଅନ୍ତର୍ଗତ ଝୋଲରି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏସଏମସି ସଭପତି ଭାଗ୍ଯଲତା ସ୍ବାଇଁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ପ୍ରଧାନ ଶିକ୍ଷୟତ୍ରୀ ଟି.ସଂଯୁକ୍ତା କୁମାରୀ ପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ମୁଖ୍ଯ ଅତିଥି ଭାବେ ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟର ପ୍ରାକ୍ତନ ଅଧ୍ଯକ୍ଷ ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ର ଯୋଗଦେଇ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଖରିଡା ହାଇସ୍କୁଲର ପ୍ରଧନଶିକ୍ଷକ ବସନ୍ତ କୁମାର ସାହୁ ମୁଖ୍ଯ ବକ୍ତା ଏବଂ ଅନ୍ତରପଡ଼ା କ୍ଲଷ୍ଟର ସିଆରସିସି ଶର୍ମିଷ୍ଠା ଜେନା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ। ଅନ୍ୟତମ ଅତିଥି ଭାବେ ପୁର୍ଣ୍ଣ ଚନ୍ଦ୍ର ସ୍ବାଇଁ, ରବିନ୍ଦ୍ର ବିଷୋୟୀ, ମହେଶ୍ୱର ଜେନା, ଖଦାଲୁଣୀ ସ୍ବାଇଁ, ଆଇ.ଭି ଶିକ୍ଷକ ପ୍ରମୋଦ କୁମାର ମିଶ୍ର, ଶିକ୍ଷୟତ୍ରୀ ରୀତାଞ୍ଜଳି ବେହରା ସମେତ ପରିଚାଳନା ପରିଷଦର ସଦସ୍ଯ ଯୋଗଦେଇ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ ପ୍ରମୋଦ କୁମାର ମିଶ୍ର ଧନ୍ଯବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here