ଘୋଳପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

0
9

ବୁଗୁଡା, ୨୭/୩-୨୨୫: ବୁଗୁଡା ବ୍ଲକ ଅନ୍ତର୍ଗତ ଘୋଳପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ହରେକୃଷ୍ଣ ପ୍ରଧାନ ବାର୍ଷିକ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ। ଅତିଥିଭାବେ ସିଆରସିସି ଶଶିକାନ୍ତ ପାତ୍ର, ଏସଏମସି ସଭାପତି ନାରାୟଣ ବାରିକ, କାନକୁଟୁରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପଦରାବିନ୍ଦ ରାଉତ, ମାଣିତରା ବନ୍ଧସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁନି ସାହୁ, ଚିଲିଖମା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିରଣ କୁମାର ବେହେରା, ମକରାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସନ୍ତୋଷ କୁମାର ପାତ୍ର, ମଙ୍ଗରାଜପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାୟକ ଓ ଭୋଗଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଦର୍ଶନ ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ବହୁ ଉପାଦେୟ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଏସଏମସି ମେମ୍ବର ବୃନ୍ଦଙ୍କ ସହ ଅଭିଭାବକ ବୃନ୍ଦ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ସହ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ଦ୍ଵାରା କ୍ଷୁଦ୍ର ନାଟକ ଓ ନୃତ୍ୟ ପରିବେଷଣ କରାଯାଇଥିଲା। ଏହାପରେ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ନିର୍ମିତ ଖେଳନା ଓ ଶିକ୍ଷା ଉପକରଣ ପ୍ରଦର୍ଶିତ ହୋଇଥିଲା। ବିଦ୍ୟାଳୟର ଶିକ୍ଷକ ମନୋଜ ପଟ୍ଟନାୟକ, ଗୌରାଙ୍ଗ ପ୍ରଧାନ, ପ୍ରଦୀପ ଜେନା, ସୁଧୀର ଦାସ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here