ବୁଗୁଡା, ୨୬/୩/୨୫ : ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା କ୍ଳଷ୍ଟର ଶଙ୍କୁରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ବେହେରା ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଅତିଥି ଭାବେ ସିଆରସିସି ଶଶିକାନ୍ତ ପାତ୍ର, ଏସଏମସି ସଭାନେତ୍ରୀ ଜାନକୀ ସାହୁ, ଭାଲୁଆ ସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅନୁପ କୁମାର ଖାଡଙ୍ଗା, ଚିଲିଖମା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିରଣ କୁମାର ବେହେରା , କାନକୁଟୁରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପଦାରବିନ୍ଦ ରାଉତ, ଘୋଳପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରେକୃଷ୍ଣ ପ୍ରଧାନ, ମଙ୍ଗରାଜପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାୟକ, ମାଣିତରା ବନ୍ଧସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁନି ସାହୁ, ଭୋଗଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଦର୍ଶନ ପ୍ରଧାନ, ସାପୁଆପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ନାୟକ ଓ ମକରାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସନ୍ତୋଷ ପାତ୍ର ଯୋଗଦେଇଥିଲେ। ଏସଏମସି ମେମ୍ବର ବୃନ୍ଦଙ୍କ ସମେତ ଅଭିଭାବକ ବୃନ୍ଦ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ଶିକ୍ଷୟିତ୍ରୀ ସୁନିତା ବେହେରା ଏବଂ ଶିକ୍ଷକ ଶିବରାମ ଆପଟ ଓ ଶ୍ୟାମ ସୁନ୍ଦର ବେହେରା ପରିଚାଳନାରେ ସହଯୋଗ କରିଥିଲେ।