ବୁଗୁଡା, ୨୯/୩/୨୫ : ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ଡେଙ୍ଗାପଦର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ଜେନାଙ୍କ ତତ୍ତ୍ୱାବଧାନ ଓ ସଂଯୋଜନା ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏସଏମସି ସଭାନେତ୍ରୀ ମଧୁସ୍ମିତା ନାୟକ ଅଧ୍ୟକ୍ଷତା କରିଥିଲେ। ଅତିଥିଭାବେ ସିଆରସିସି ସନ୍ତୋଷ କୁମାର ଡାକୁଆ, ଘୋଡାପଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଜେନା ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ବହୁ ମୂଲ୍ୟବାନ ପରାମର୍ଶ ଦେଇଥିଲେ। ପ୍ରଧାନ ଶିକ୍ଷକ ଶ୍ରୀ ଜେନା ବାର୍ଷିକ ବିବରଣୀ ପଠନ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହାପରେ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ନିର୍ମିତ ଶିକ୍ଷଣ ସାମଗ୍ରୀ ଓ ଖେଳନା ପ୍ରଦର୍ଶିତ ହୋଇଥିଲା। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।