ବୁଗୁଡା , ୩୦/୩/୨୫ : ବୁଗୁଡା ବ୍ଲକ ଅନ୍ତର୍ଗତ ଆଦିପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ କାଳୀ ଚରଣ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ସଂଯୋଜନାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏସଏମସି ସଭାନେତ୍ରୀ ଝିଲି ସାହୁ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଅତିଥି ଭାବେ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ମନୋରଞ୍ଜନ ଦାଶ, ସିଆରସିସି ଦେବଦତ୍ତ ମହାନ୍ତ, ଦାଦାରଖୋଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲ୍ଲୀପ ଗନ୍ତାୟତ, ବିରଞ୍ଚିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ୟୁ ମମତା ପାତ୍ର, ବରଡିପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳୀ ପ୍ରଧାନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀ ବୃନ୍ଦ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହାପରେ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ବୃନ୍ଦ ନିର୍ମାଣ କରିଥିବା ଶିକ୍ଷକ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ ବହୁ ଅଭିଭାବକ ଓ ପରିଚାଳନା କମିଟି ମେମ୍ବର ବୃନ୍ଦ ଯୋଗଦେଇଥିଲେ। ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ହରପ୍ରିୟା ଜେନା, ବନିତା କୁମାରୀ ଗୌଡ଼, ସିତରାମ ସେଠୀ, ନିର୍ମଳା ମିଶ୍ର ଓ ଆଶୁତୋଷ ମିଶ୍ର ପରିଚାଳନାରେ ସହଯୋଗ କରିଥିଲେ।