ବିରଞ୍ଚିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

0
13

ବୁଗୁଡା, ୩୦/୩/୨୫ : ବୁଗୁଡା ବ୍ଲକ ଅନ୍ତର୍ଗତ ବିରଞ୍ଚିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ୟୁ.ମମତା ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ମନୋରଞ୍ଜନ ଦାସ ଏହି କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ। ଏସଏମସି ର ସଭାପତି ମହେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ଅତିଥିଭାବେ ସୀମାଞ୍ଚଳ ପାଢ଼ୀ, ସିଆରସିସି ଦେବଦତ୍ତ ମହାନ୍ତି, ସମାଜସେବୀ ଗନ୍ଧମାର୍ଦ୍ଦନ ସେଠୀ ଓ ନିକଟବର୍ତ୍ତୀ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀଙ୍କ ଦ୍ଵାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହାପରେ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା। ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here