ଏକଡ଼ାଳ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

0
15

ବୁଗୁଡା, ୩/୪/୨୫ : ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକର ଅନ୍ତରପଡା କ୍ଲଷ୍ଟର ଅନ୍ତର୍ଗତ ଏକଡ଼ାଳ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସାଗରିକା ପାତ୍ରଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥିଭାବେ ସିଆରସିସି ଶର୍ମିଷ୍ଠା ଜେନା ଓ ସମ୍ମାନିତ ଅତିଥିଭାବେ ଏସଏମସି ସଭାପତି ବିରେନ୍ଦ୍ର କୁମାର ନାୟକ ଓ ପ୍ରମୋଦ କୁମାର ମିଶ୍ର ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ବହୁ ମୂଲ୍ୟବାନ ପରାମର୍ଶ ଦେଇଥିଲେ। ପ୍ରଧାନ ଶିକ୍ଷକ ଶ୍ରୀମତୀ ପାତ୍ର ବାର୍ଷିକ ବିବରଣୀ ପଠନ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହାପରେ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ନିର୍ମିତ ଶିକ୍ଷଣ ସାମଗ୍ରୀ ଓ ଖେଳନା ପ୍ରଦର୍ଶିତ ହୋଇଥିଲା। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ କବିତା କୁମାରୀ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here