ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ବାର୍ଷିକ ପାଠଚକ୍ର

0
18

ପୋଲସରା, ୯/୪/୨୫ : ଗଞ୍ଜାମ ଜିଲ୍ଲାର ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ ବିଭାଗର ମିଳିତ ଆନୁକୂଲ୍ୟରେ ବାର୍ଷିକ ପାଠଚକ୍ର ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି ମିଳିତ ପାଠଚକ୍ରକୁ କଲେଜର ପ୍ରିନ୍ସପାଲ ରବୀନ୍ଦ୍ର ନାଥ ପାଳ ଉଦଘାଟନ କରିଥିଲେ। ସମ୍ବଳ ବ୍ୟକ୍ତି ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗର ସହକାରୀ ପ୍ରାଧ୍ୟାପିକା ଡକ୍ଟର ଏ ଲିଲା ବେଣୀ ଓ ଆଞ୍ଚଳିକ ଜୈବ ପ୍ରଯୁକ୍ତି ବିଦ୍ୟା ଅନୁଷ୍ଠାନର ନିର୍ଦ୍ଦେଶକ ଡକ୍ଟର ଶେଖ ନୌସଦ ହୁସେନ ଯୋଗଦେଇ ଛାତ୍ରଛାତ୍ରୀ ବୃନ୍ଦଙ୍କୁ ମାର୍ଗଦର୍ଶନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଉଦ୍ଭିଦ ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ଡକ୍ଟର ରୋଜିତା ମିଶ୍ର, ପ୍ରାଣୀ ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ସ୍ୱାଭିମାନ ସାହୁ, ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପିକା ଟୋନିକା ଦଳାଇ ଓ ଅଧ୍ୟାପକ ଦେବାଶିଷ ସ୍ୱାଇଁ, ପ୍ରାଣୀ ବିଜ୍ଞାନ ବିଭାଗ ଅଧ୍ୟାପିକା ମମତା କୁମାରୀ ପ୍ରଧାନ, ଆଇ.କିୟୁ.ଏ.ସି. ସଂଯୋଜକ ବିଶ୍ୱନାଥ ଚୌଧୁରୀ, ଡେମୋନଷ୍ଟର ସୁଜାତା ରାଣୀ ବେହେରା, ସୁଜ୍ଞାନୀ କୁମାରୀ ସାହୁ ପ୍ରମୁଖ ଯୋଗ ଦେଇ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ସ୍ନାତକ ଓ ସ୍ନାତକୋତ୍ତର ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀ ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଶେଷରେ ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ଦେବାଶିଷ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here