ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ମନ୍ତ୍ରୀଙ୍କ ଦ୍ଵାରା ଅନ୍ତୋଦୟ ଗୃହ କାର୍ଯ୍ୟାଦେଶ ବଣ୍ଟନ

0
2

ପୋଲସରା, ୨୪/୦୪/୨୬ : ପୋଲସରା ବ୍ଲକ ପରିସରରେ ଏପ୍ରିଲ ୨୪ ତାରିଖ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ ହୋଇଯାଇଛି। ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଇବା ସହ ୧୬୯ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତୋଦୟ ଗୃହ ବଣ୍ଟନ କରିବା ସହିତ ନିର୍ଧାରିତ ସମୟ ସିମା ଭିତରେ ଗୃହ ଗୁଡ଼ିକ କରିଥିବା ୨୦ ଜଣ ହିତାଧିକାରୀଙ୍କୁ ୨୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ମଧ୍ୟ ପ୍ରଦାନ କରିଥିଲେ । ଜିଲ୍ଲା ପରିଷଦ ସଭ୍ୟା ଝୁନୁ ଦାସ, ବ୍ଳକ ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ ମଞ୍ଚାସିନ ହୋଇଥିବା ବେଳେ ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତି ମେମ୍ବର ଓ ବ୍ଳକ ସମସ୍ତ କର୍ମଚାରୀ ଯୋଗଦେଇ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here