ପୋଲସରା, ୧୭/୦୮/୨୦୨୦: ପବିତ୍ର ୭୪ ତମ ସ୍ବାଧୀନତା ଦିବସ ଅବସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି। ପୋଲସରା ମୁଖ୍ୟ ସଡକରେ ନୂତନ ଭାବେ ନିର୍ମାଣ ହୋଇଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ବିଡ଼ିଓ ଶମ୍ଭୁନାଥ ନନ୍ଦୀ, ପୋଲସରା ତହସିଲଦାର ସୁକାନ୍ତ କୁମାର ମିଶ୍ର, ପୋଲସରା ଥାନା ଆରକ୍ଷୀ ନିରୀକ୍ଷକ ଜିତେନ୍ଦ୍ର କୁମାର ମଲ୍ଲିକ, ପୋଲସରା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଶନ କୁମାର ଦାଶ ପ୍ରମୁଖଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣ ଯୋଗଦେଇଥିଲେ।
ରିପୋର୍ଟ: ଅନିଲ କୁମାର ମହାରଣା