ଭୂବନେଶ୍ୱର,୦୩/୧୦/୨୦୨୦(ବ୍ୟୁରୋ ରିପୋର୍ଟ)ଆଉ ୪ ଦିନ ବର୍ଷିବ ।ଆଜି ଠାରୁ ବଢିବ ବର୍ଷାର ପରିମାଣ। ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ବାବନା। ୪୦ରୁ ୫୦ କିମି ବେଗରେ ବହିପାରେ ପବନ, ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
ଲଘୁଚାପ ପ୍ରଭାବରେ ୨ ଦିନ ହେଲା ରାଜ୍ୟରେ ବର୍ଷା ଜାରି ରହିଛି। ଆଉ ୪ ଦିନ ଏମିତି ପାଗ ଲାଗି ରହିବ। ଆଜିଠାରୁ ବର୍ଷାର ପରିମାଣ ବଢ଼ିବ ଓ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଜିଲ୍ଲାଗୁଡ଼ିକ ହେଲା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷେ ମଝିରେ ମଝିରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ କେନ୍ଦ୍ର ମତ୍ସ୍ୟଜୀବୀମାନଙ୍କୁ ବାରଣ କରିଛି।