ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୂଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ନେଲେ କୋଭିଟ-୧୯ ଭ୍ୟାକ୍ସିନେସନ ର ପ୍ରଥମ ଡୋଜ

0
320

ଭୂବନେଶ୍ୱର,୦୧/୦୩/୨୦୨୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିଲ୍ଲୀସ୍ଥିତ ଏମ୍ସରେ କରୋନା ଟିକା ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଜି ସକାଳ ୬.୨୫ ମିନିଟ୍ ରେ ଭାରତ ବାୟୋଟେକ୍ ର କୋଭାକ୍ସିନ୍ ଟିକା ନେଇଛନ୍ତି। ଭାରତରେ ନିର୍ମିତ ଟିକା ସୁରକ୍ଷିତ ଓ ନିରାପଦ ବୋଲି ଶ୍ରୀ ମୋଦୀ ଏହି ଅବସରରେ କହିଛନ୍ତି। ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି। ଆସନ୍ତୁ ସମସ୍ତେ ମିଳିମିଶି ଦେଶକୁ କରୋନା ମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ଯ ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ ଟିକା ନେଇଥିବା ଜଣାପଡିଛି । ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକା ନେଇଥିବା ଜଣାପଡିଛି।ଉଲ୍ଲେଖଯୋଗ୍ୟ ଯେ, ମାର୍ଚ୍ଚ ପହିଲାରୁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ କରୋନା ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ବରିଷ୍ଠ ନାଗରିକ ତଥା ୬୦ ବର୍ଷରୁ ବୟସରୁ ଉର୍ଦ୍ଧ୍ବ ବ୍ୟକ୍ତି କରୋନା ଟିକା ନେବାର ବ୍ୟବସ୍ଥା ହୋଇଛି।

LEAVE A REPLY

Please enter your comment!
Please enter your name here