ପୋଲସରା ବ୍ଲକରେ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା

0
145

ପୋଲସରା, ୨୭/୦୭/୨୦୨୧ : ପୋଲସରା ବ୍ଳକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ବୈଠକ ସମିତି ସଭାଗୃହରେ ଜୁଲାଇ ୨୭ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗ ଦେଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ସାଂସଦଙ୍କ ଅନୁଦାନ, ବିଧାୟକଙ୍କ ଅନୁଦାନ ଓ ସରକାରୀ ଯୋଜନା ପ୍ରଭୃତି ବିଷୟରେ ଧାରଣା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ , ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା ଓ ଏବିଡ଼ିଓ ଧର୍ମରାଜ ପରିଡା ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ। ସହକାରୀ ଯନ୍ତ୍ରୀ ଭିକାରୀ ଚରଣ ଖଣ୍ଡୁଆଳ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ବିଷୟରେ ସୂଚନା ପ୍ରଦାନ କରିଥିଲେ। ସମସ୍ତ କନିଷ୍ଠ ଯନ୍ତ୍ରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ବିଭିନ୍ନ ଲୋକଙ୍କ ଅଭିଯୋଗ ଶୁଣିଥିଲେ।
ରିପୋର୍ଟ:ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here