ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ, ୩ ଦିନ ପ୍ରବଳ ବର୍ଷା ଲାଗି ରହିବ

0
340

ଭୂବନେଶ୍ୱର,୧୨/୦୯/୨୦୨୧: ଆହୁରି ୩ ଦିନ ପ୍ରବଳ ବର୍ଷା ଲାଗି ରହିବ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେଉଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ । ୨-୩ ଦିନରେ ଉତ୍ତର ଓଡ଼ିଶା ଅତିକ୍ରମ କରିବା ସମ୍ଭାବନା । ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଆସନ୍ତା ୩ ଦିନ ପାଇଁ ବର୍ଷା ପାଇଁ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ପାଇଁ ୧୭ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି । ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱରକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି ହୋଇଛି । ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକକୁ ଅରେଞ୍ଜ ଓ୍ୱାର୍ଣ୍ଣଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here