ଗଣେଶ ମୂର୍ତ୍ତୀ ବିସର୍ଜନ ବେଳେ ଗଣ୍ଡଗୋଳ

0
211

ଶେରଗଡ,୧୪/୦୯/୨୦୨୧: (ଡାକ୍ତରହୃଷୀକେଶମହାନ୍ତି)ଶେରଗଡ଼ ବ୍ଲକ ଅନ୍ତର୍ଗତ କାଞ୍ଜିଆମା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଗ୍ରାମର ୨ ଗୋଷ୍ଠୀଙ୍କ ମଧ୍ୟରେ କିଛି କଥାକୁ ନେଇ ହତାହାତି ହୋଇଥିବା ଜଣାପଡିଛି । ଗଣ୍ଡଗୋଳ ରେ ଗୋଟିଏ ଗୋଷ୍ଠୀର ସଂଘବଦ୍ଧ ଆକ୍ରମଣରେ ଅନ୍ୟ ଗୋଷ୍ଠୀର ଜଣେ ଆହତ ହୋଇଛନ୍ତି । ଆହତ ବ୍ୟକ୍ତି ଜଣକ ସଂପୃକ୍ତ ଗ୍ରାମର ନିଳାମ୍ବର ବେହେରା (୩୫) । ସୂଚନା ମୁତାବକ ସୋମବାର ସନ୍ଧ୍ୟାରେ ହିଞ୍ଜିଳି ଥାନା ଅନ୍ତର୍ଗତ କାଞ୍ଜିଆମା ଗ୍ରାମର ବଡ଼ସାହିର ଏକ ଗୋଷ୍ଠୀ ଗଣେଶ ମୂର୍ତ୍ତି ବିସର୍ଜନ ନିମନ୍ତେ ବାହାରି ଥିଲେ । ଗ୍ରାମ ପରିକ୍ରମା ସମୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଅପର ଗୋଷ୍ଠୀର ଜଣଙ୍କୁ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣର ଆହତ ସେହି ଗ୍ରାମର ନିଳାମ୍ବର ବେହେରା (୩୫) ।ଘଟଣା ସ୍ଥଳରୁ ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ସକାଶେ ୧୦୮ ଆମ୍ବୁଲାନ୍ସ ଯୋଗେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଦିଆଯାଇଛି । ଖବର ଲେଖା ହେବା ସୁଦ୍ଧା ଘଟଣା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇନଥିବା ହିଞ୍ଜିଳି ପୋଲିସ ସୂତ୍ରରୁ ଜଣାଯାଇଛି ।

LEAVE A REPLY

Please enter your comment!
Please enter your name here