ବନ୍ୟପ୍ରାଣୀ ସଂରକ୍ଷଣ ଉପଲକ୍ଷେ ଚିତ୍ରାଙ୍କନ ପ୍ରତିଯୋଗିତା

0
143

ବୁଗୁଡା, ୧୧/୧୦/୨୦୨୧: ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ଉପଲକ୍ଷେ ବୁଗୁଡା ବ୍ଲକ ଅନ୍ତର୍ଗତ ତାଳସାକର ଗ୍ରାମର ମହାମାୟୀ ଉଚ୍ଚ ବିଦ୍ୟାଳୟରେ ସଚେତନତା ସଭା ସହ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ମହାମାୟୀ ଉଚ୍ଚ ବିଦ୍ୟାଳୟର ଇକୋ କ୍ଲବ ପକ୍ଷରୁ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ଉପଲକ୍ଷେ ଆୟୋଜିତ ସଚେତନତା ସଭାରେ ପ୍ରଧାନଶିକ୍ଷକ ମନୋଜ କୁମାର ଶତପଥୀ ଅଧ୍ୟକ୍ଷତା କରିଥିବା ବେଳେ କ୍ରୀଡା ଶିକ୍ଷକ ବି.ଗୋପାଳ ଚନ୍ଦ୍ର ପାତ୍ର ସଂଯୋଜନା କରିଥିଲେ। ଅତିଥି ଭାବେ ହାଇ ସ୍କୁଲ ଓ ୟୁପି ସ୍କୁଲର ସହକାରୀ ଶିକ୍ଷକ ଚକ୍ରପାଣି ଖଡଙ୍ଗା, ସୁନୀଲ କୁମାର ପଣ୍ଡା, ନିରାକାର ପ୍ରଧାନ, ରମେଶ ଚନ୍ଦ୍ର ବେହେରା,ଓ ପ୍ରଶାନ୍ତ କୁମାର ସାମଲ ଏବଂ ଶିକ୍ଷୟିତ୍ରୀ ନିର୍ମଳା ଜେନା ଯୋଗଦେଇଥିଲେ। ଉଭୟ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ପୁରସ୍କାର ପ୍ରଦାନ କରାଯାଇଥିଲା। ବନ୍ୟପ୍ରାଣୀମାନଙ୍କ ଦ୍ୱାରା ହେଉଥିବା ଉପକାର ବିଷୟରେ ଅତିଥି ବୃନ୍ଦ ଛାତ୍ରଛାତ୍ରୀମାନଙ୍କୁ ସଚେତନତା କରାଇଥିଲେ।
ରିପୋର୍ଟ: ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here