ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ପାଇଁ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି, ସପ୍ତମ ବେତନ କମିଶନର ୩୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ନିଷ୍ପତ୍ତି

0
1093

ଭୂବନେଶ୍ୱର,୩୧/୧୨/୨୦୨୧:
ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ ।ଏହାସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

LEAVE A REPLY

Please enter your comment!
Please enter your name here