ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଠାରେ ସନ୍ତ୍ରାସବାଦ ନିରୋଧ ଶପଥ ପାଠ

0
191

କଟକ,୨୧/୦୫/୨୦୨୨: ସନ୍ତ୍ରାସବାଦ ନିରୋଧ ଦିବସ ଉପଲକ୍ଷେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଦ୍ବାରା ସନ୍ତ୍ରାସବାଦ ନିରୋଧ ଶପଥ ପାଠ କରାଯାଇଅଛି ଏହି ଉପଲକ୍ଷେ ଆଜି ପୂର୍ବାହ୍ନରେ ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଅଧିକାରୀ/କର୍ମଚାରୀମାନେ ଦେଶର ଅହିଂସା ଓ ସହନଶୀଳତା ପରମ୍ପରା ଉପରେ ଦୃଢ ବିଶ୍ବାସ ରଖ୍ ସମସ୍ତ ଶକ୍ତି ସହିତ ଆତଙ୍କବାଦ ଓ ହିଂସାର ବିରୋଧ କରିବା ସହ ମାନବଜୀବନ ଓ ମୂଲ୍ୟବୋଧ ପ୍ରତି ବିପଦ ସୃଷ୍ଟି କରୁଥିବା ବ୍ୟକ୍ତି ମାନଙ୍କ ସହ ସଂଗ୍ରାମ କରିବାକୁ ଶପଥ ନେଇଥିଲେ । ଆରକ୍ଷୀ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂସଲ ଉପସ୍ଥିତ ରହି ସମସ୍ତ କର୍ମଚାରୀ/ଅଧିକାରୀଙ୍କୁ ଶପଥ ପାଠ କରାଇଥିଲେ । ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ୍ ଓ ଶୃଙ୍ଖଳା) ଆର୍‌.କେ. ଶର୍ମା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ସଞ୍ଜୟ କୁମାର, ଆଇ.ଜି (ହେଡ୍‌କ୍ଵାର୍ଟର) ଶ୍ରୀ ଏସ. ଦେବଦତ୍ତ ସିଂ, ଆଇ.ଜି (ପର୍ସେନେଲ୍) ଶ୍ରୀ ପ୍ରବୀଣ କୁମାର ପ୍ରମୁଖ ଉପସ୍ଥିତ ରହି ଶପଥ ପାଠ କରିଥିଲେ। ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶ୍ରୀ ପଙ୍କଜ କୁମାର ନାୟକ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

LEAVE A REPLY

Please enter your comment!
Please enter your name here