୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ କାଳବୈଶାଖୀ: ୟେଲୋ ଓ୍ଵାର୍ଣ୍ଣିଂ ଜାରି

0
383

ଭୂବନେଶ୍ୱର,୦୧/୦୬/୨୦୨୨:
ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୨ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

LEAVE A REPLY

Please enter your comment!
Please enter your name here