ମୁଖ୍ୟମନ୍ତ୍ରୀଙ୍କ ଘୋଷଣା। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି, ପେନସନ୍‌ଭୋଗୀଙ୍କ ଟି. ଆଇ ରେ ମଧ୍ୟ ବୃଦ୍ଧି

0
302

ଭୁବନେଶ୍ବର,୧୩/୦୬/୨୦୨୩:
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜାନୁୟାରୀ
ପହିଲା ୨୦୨୩ରୁ ପିଚ୍ଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ ।ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଜୁନ୍ ମାସ ପେନ୍‌ସନରେ ଏହି ବର୍ଦ୍ଧିତ
ଟି.ଆଇ ପାଇବେ । ଏହା ଦ୍ବାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ ।

LEAVE A REPLY

Please enter your comment!
Please enter your name here