ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା

0
202

ଭୁବନେଶ୍ୱର,୨୧/୦୬/୨୦୨୩: ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରି ବରଗଡ ଲୋକସଭା କ୍ଷେତ୍ରରେ ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ ବୈଠକ ଓ ଆଲୋଚନା କରିବେ । ଶ୍ରୀ ନଡ୍ଡା ବୁର୍ଲାସ୍ଥିତ ଏମସିଏଲ ଗେଷ୍ଟହାଉସ ଠାରେ ରାତ୍ରିଯାପନ କରିବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।୨୩ ତାରିଖ ଦିନ ଶ୍ରୀ ନଡ୍ଡା ବୁର୍ଲାରୁ ବାହାରି ସିଧାସଳଖ ଭବାନିପାଟଣା ଠାରେ ପହଞ୍ଚିବା ପରେ ଅଧିଷ୍ଟାତ୍ରୀ ଦେବୀ ମାଁ ମାଣିକେଶ୍ୱରୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ । ଏହା ପରେ ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତୀ ଅବସରରେ ଅନୁଷ୍ଠିତ ମହାଜନସମ୍ପର୍କ ସମାବେଶରେ ଯୋଗ ଦେବେ । ଏହା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ସ୍ଥାନୀୟ ଅଂଚଳର ବିଶିଷ୍ଟ ବ୍ୟକ୍ତି ଏବଂ କଳାହାଣ୍ଡି ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ ବୈଠକ ଓ ଆଲୋଚନା କରିବେ।ଅପରାହ୍ନରେ ଶ୍ରୀ ନଡ୍ଡା ଝାରସୁଗୁଡା ଫେରି ଆସି ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here