ବୁଗୁଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

0
205

ବୁଗୁଡା,୦୮/୦୮/୨୦୨୩: ବୁଗୁଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି।ଏହି ବ୍ଲକ ଅନ୍ତର୍ଗତ ତାମ୍ବୀରି ସରକାରୀ ଉଚ୍ଚ ପ୍ରାଥମିକ,
ଡାକରାବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ମୋଟାବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ପୋଷାକ ବଣ୍ଟନ ମେଳାରେ ଡାକରାବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୁଗୁଡା ଏବିଇଓ ଅମିତା ପାଢ଼ୀ, ମୁଖ୍ୟ ବକ୍ତା ଭାବେ ସିଆରସିସି ଶଶିକାନ୍ତ ପାତ୍ର, ଏବଂ ସମ୍ମାନିତ ଅତିଥି ଭାବେ ଏସଏମସି ସଭାପତି ଦେବ ପ୍ରସାଦ ନାୟକ, ମଙ୍ଗରାଜପୁର ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରତାପ କୁମାର ଖଡଙ୍ଗା, ଭୋଗଡ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଦର୍ଶନ ପ୍ରଧାନ, ସାପୁଆପଲ୍ଲୀ ଶିକ୍ଷକ ନରେନ୍ଦ୍ର ନାୟକ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ କବିତା ରାଣୀ ସୁବୁଦ୍ଧି ଏବଂ ସହକାରୀ ଶିକ୍ଷକ ପ୍ରତାପ ଚନ୍ଦ୍ର ଆରୁଖ ଓ ପ୍ରଦୀପ କୁମାର ସେଠୀ ପରିଚାଳନାରେ ସହଯୋଗ କରିଥିଲେ।ସେପରି ବୁଗୁଡା ବ୍ଲକ ଅନ୍ତର୍ଗତ ଡାକରାବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ପୋଷାକ ବଣ୍ଟନ ମେଳାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ଗୌଡ଼ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସିଆରସିସି ସୁଶାନ୍ତ କୁମାର ସେଠୀ, ଏବଂ ସମ୍ମାନିତ ଅତିଥି ଭାବେ ଏସଏମସି ସଭାପତି ଧୋବା ସ୍ବାଇଁ ଓ ଅଙ୍ଗନୱାଡି କର୍ମୀ ଜୟନ୍ତୀ ସ୍ବାଇଁ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ସଂଗୀତା କୁମାରୀ ମଲ୍ଲିକ ଓ ସନ୍ତୋଷ କୁମାର ସ୍ୱାଇଁ ପରିଚାଳନାରେ ସହଯୋଗ କରିଥିବା ବେଳେ ସହକାରୀ ଶିକ୍ଷକ ଆଦିତ୍ୟ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
ସେପରି ବୁଗୁଡା ବ୍ଲକ ଅନ୍ତର୍ଗତ ମୋଟାବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ପୋଷାକ ବଣ୍ଟନ ମେଳାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୋଟାବାଡି ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଲୋକନାଥ ମିଶ୍ର , ମୁଖ୍ୟ ବକ୍ତା ଭାବେ ସିଆରସିସି ସୁଶାନ୍ତ କୁମାର ସେଠୀ, ଏବଂ ସମ୍ମାନିତ ଅତିଥି ଭାବେ ସୋରଡ଼ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ପାତ୍ର, ଏସଏମସି ସଭାପତି ପଦ୍ମ ଚରଣ ପ୍ରଧାନ, ଉପସଭାନେତ୍ରୀ ସ୍ନେହଲତା ସେଠୀ, ପଞ୍ଚାୟତ ୱାର୍ଡ଼ ସଭ୍ୟ ଫକୀର ରାଉତ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ। ସହକାରୀ ଶିକ୍ଷକ ଗୋକୁଳାନନ୍ଦ ପ୍ରଧାନ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here