ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ଛାତ୍ରଛାତ୍ରୀ, ଗବେଷକ ଓ ଗବେଷିକା, ଅଧ୍ଯାପକ ଓ ଅଧ୍ଯାପିକା ମାନଙ୍କ ପାଇଁ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

0
111

ବ୍ରହ୍ମପୁର,୧୨/୦୧/୨୦୨୪:
ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ (ଓ ଏସ ଏଚ ଇ ସି) ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ର ମିଳିତ ଆନୁକୁଲ୍ଯରେ ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର ତରଫରୁ କୁଳପତି ପ୍ରଫେସର ଗୀତାଞ୍ଜଳି ଦାସଙ୍କର ପ୍ରେରଣାରେ ଛାତ୍ରଛାତ୍ରୀ, ଗବେଷକ ଓ ଗବେଷିକା, ଅଧ୍ଯାପକ ଓ ଅଧ୍ଯାପିକା ମାନଙ୍କ ପାଇଁ ଏକ ଏକଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହା କୁ ବିଶ୍ୱବିଦ୍ୟାଳୟ ର ସ୍ନାତୋକତ୍ତର ବିଭାଗର ଅଧ୍ୟକ୍ଷ ପ୍ରଫେସର ସୁସାନ୍ତ କୁମାର ବରାଳ ଆନୁଷ୍ଠାନିକ ଭାବେ ଉଦଘ।ଟନ କରି ବିଭିନ୍ନ ପ୍ରକାରର e-Resource ର ଉପାଦେୟତା ଓ ବ୍ୟବହାର ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଏସୋଶିୟେଟ ପ୍ରଫେସର ଜ୍ୟୋସ୍ନା ସାହୁ, ନିର୍ଦେଶିକା, ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଦ୍ଵାରା ଉପଲବ୍ଧ ହେଉଥିବା e-Resources ଉପରେ ଆଲୋକପାତ କରିଥିଲେ। ଏହି କାର୍ଯକ୍ରମରେ ପ୍ରଶିକ୍ଷଣ ବିଶେଷଜ୍ଞ ଶ୍ରୀ ରାଜ କୁମାର ମହାପାତ୍ର ( ଇ ବି ଏସ ସି ଓ) e-Resources ର ବ୍ୟବହାର ସଂବନ୍ଧ ରେ ପ୍ରଶିକ୍ଷଣ ଦେଇଥିଲେ। ଏହି କାର୍ଯ୍ୟକ୍ରମର ସଂଯୋଜକ ଶ୍ରୀ ଅଭିମନ୍ୟୁ ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମଟି ଆୟୋଜକ କମିଟି ସଦସ୍ୟ ଶ୍ରୀମତୀ ଶୁଭଲକ୍ଷ୍ମୀ ନାୟକ, ଭାରପ୍ରାପ୍ତ ଗ୍ରନ୍ଥାଗାରିକା,ଡଃ ମନସ୍ଵିନୀ ପାତ୍ର, ସହକାରୀ ଗ୍ରନ୍ଥାଗାରିକା ଏବଂ ଡ:ଜିତେନ୍ଦ୍ର କୁମାର ବେହେରା, ସହକାରୀ ଗ୍ରନ୍ଥଗାରକ ଦ୍ୱାରା ସୁଚାରୁ ରୂପେ ସଂପାଦିତ ହୋଇଥିଲା I ଏହି କାର୍ଯ୍ୟକ୍ରମକୁ ବହୁସଂଖ୍ୟାରେ ଛାତ୍ରଛାତ୍ରୀ, ଗବେଷକ, ଗବେଷିକI, ଅଧ୍ୟାପକ, ଅଧ୍ୟାପିକା ଯୋଗଦାନ କରି ସଫଳମଣ୍ଡିତ କରିଥିଲେ। ପରିଶେଷରେ ଭାରପ୍ରାପ୍ତ ଗ୍ରନ୍ଥାଗାରିକା ଶ୍ରୀମତୀ ଶୁଭଲକ୍ଷ୍ମୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here