ବୁଗୁଡା ୧୮/୪/୨୪ ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ୍ ଅନ୍ତର୍ଗତ ବାଲିପଦର ମହୋତ୍ସବ ପଡ଼ିଆରେ ବିଜୁ ଜନତା ଦଳର ୪୧ ନଂ ଜିଲ୍ଲା ପରିଷଦ ଜୋନ ସ୍ତରୀୟ ସାଂଗଠନିକ ବୈଠକ ଏପ୍ରିଲ ୧୮ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀ ବିଧାୟକ ଶ୍ରୀକାନ୍ତ ସାହୁ ଏବଂ ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀର ସାଂସଦ ପ୍ରାର୍ଥୀନୀ ଡକ୍ଟର ରଞ୍ଜିତା ସାହୁ ଏହି ସାଂଗଠନିକ ବୈଠକରେ ଯୋଗ ଦେଇ ତୃଣମୂଳ ସ୍ତରରୁ ବିଜୁ ଜନତା ଦଳକୁ ମଜଭୁତ କରିବା ସହ ଘରେ ଘରେ ନବୀନ ସରକାରଙ୍କ ଜନହିତକାରୀ ଯୋଜନା ଓ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ପହଞ୍ଚାଇବାକୁ ଆହ୍ୱାନ ଦେଇଥିଲେ। ଏହି ସାଂଗଠନିକ ବୈଠକରେ ବୁଗୁଡା ବ୍ଲକ ବିଜେଡି ସଭାପତି ମଦନ ଗୋପାଳ ଦୋରା ଅଧ୍ୟକ୍ଷତା କରିଥିଲେ। ଏହି ସାଂଗଠନିକ କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଓ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଗଞ୍ଜାମ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ସୁଧାଂଶୁ ଶେଖର ପାଢ଼ୀ, ବୁଗୁଡା ବ୍ଲକ ବିଜେଡି କାର୍ଯ୍ୟକାରୀ ସଭାପତି ଖଦାଳ ଖଟେଇ, ୪୧ ନଂ ଜିଲ୍ଲା ପରିଷଦ ସଦସ୍ୟା ସମିତା ସ୍ୱାଇଁ, ୪୨ ନଂ ଜିଲ୍ଲା ପରିଷଦ ସଦସ୍ୟ ଗଙ୍ଗାପାଣି ଜେନା, ୪୩ ନଂ ଜୋନ ପ୍ରତିନିଧି ଜିତେନ୍ଦ୍ର ନାୟକ, କୋଦଳା ଏନଏସି ପୂର୍ବତନ ଅଧ୍ୟକ୍ଷ ହର ପ୍ରସାଦ ସାହୁଙ୍କ ସମେତ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି , ବିଜୁ ଜନତା ଦଳର ସଂଗଠକ ଓ ସକ୍ରୀୟ କର୍ମୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।