ପୋଲସରା , ୧୯/୪/୨୪ : ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ୍ ଅନ୍ତର୍ଗତ ସୋଡ଼କ ଗ୍ରାମର ଖେଳ ପଡ଼ିଆରେ ବିଜୁ ଜନତା ଦଳର ୩୮ ନଂ ଜିଲ୍ଲା ପରିଷଦ ଜୋନ ସ୍ତରୀୟ ସାଂଗଠନିକ ବୈଠକ ଏପ୍ରିଲ ୧୯ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀ ବିଧାୟକ ଶ୍ରୀକାନ୍ତ ସାହୁ ଏହି ସାଂଗଠନିକ ବୈଠକରେ ଯୋଗ ଦେଇ ତୃଣମୂଳ ସ୍ତରରୁ ବିଜୁ ଜନତା ଦଳକୁ ମଜଭୁତ କରିବା ସହ ଘରେ ଘରେ ନବୀନ ସରକାରଙ୍କ ଜନହିତକାରୀ ଯୋଜନା ଓ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ପହଞ୍ଚାଇବାକୁ ଆହ୍ୱାନ ଦେଇଥିଲେ। ଏହି ସାଂଗଠନିକ ବୈଠକରେ ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ, ଝୁନୁ ଦାସ ଓ ବିକ୍ରମ କୁମାର ନାୟକ, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର କୁମାର ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡାଙ୍କ ସମେତ ବିଭିନ୍ନ ପଞ୍ଚାୟତର ବିଜେଡିର ଜନ ପ୍ରତିନିଧି , ବିଜୁ ଜନତା ଦଳର କର୍ମକର୍ତ୍ତା ଓ ସକ୍ରୀୟ କର୍ମୀମାନେ ଉପସ୍ଥିତ ରହି ବିଜେଡି ର ସାଂସଦ ପ୍ରାର୍ଥୀନୀ ଡକ୍ଟର ରଞ୍ଜିତା ସାହୁ ଓ ବିଧାୟକ ପ୍ରାର୍ଥୀ ଶ୍ରୀକାନ୍ତ ସାହୁଙ୍କୁ ବିପୁଳ ଭୋଟରେ ବିଜୟୀ କରାଇବା ପାଇଁ ଆନ୍ତରିକ ଉଦ୍ୟମ କରିବା ପାଇଁ ପ୍ରତିଜ୍ଞା ବଦ୍ଧ ହୋଇଥିଲେ।