ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇନାହିଁ: ଆଇନ ମନ୍ତ୍ରୀ

0
45

ଭୁବନେଶ୍ବର,୧୯/୦୬/୨୦୨୪: ମହାପ୍ରଭୁଙ୍କ ରତ୍ନଭଣ୍ଡାର ସଂପର୍କରେ ଜାଣିବା ପାଇଁ ଓଡ଼ିଶାବାସୀ ଓ ଭକ୍ତମାନେ ବହୁଦିନରୁ ଅପେକ୍ଷା କରିଛନ୍ତି। ଆଗାମୀ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ପୂର୍ବରୁ ଅନେକ ଥର କୁହାଯାଇଛି। ରତ୍ନଭଣ୍ଡାରରେ କେତେ ଅଳଙ୍କାର ଅଛି, ତାହା ଓଡ଼ିଶାବାସୀଙ୍କୁ ଜଣାଇ ଦିଆଯିବ। କିନ୍ତୁ ଏହି କାମ କେବେ ହେବ, ସେନେଇ ନିଷ୍ପତ୍ତି ହୋଇନାହିଁ। ରାଜ୍ୟ ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର କହିଛନ୍ତି ଯେ, ରତ୍ନଭଣ୍ଡାର କେବେ ଖୋଲାଯିବ ଏପର୍ଯ୍ୟନ୍ତ ନିଷ୍ପତ୍ତି ହୋଇନାହିଁ।ଆଇନ୍‌ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ରତ୍ନଭଣ୍ଡାର ଖୋଲାଯିବା ନେଇ ଛତିଶାନିଯୋଗ ବୈଠକରେ କୌଣସି ନିଷ୍ପତ୍ତି ହୋଇନାହିଁ। ଆସନ୍ତା ୮ ତାରିଖ ଦିନ ରତ୍ନଭଣ୍ଡାର ଖୋଲାଯିବା ନେଇ କୌଣସି ନିଷ୍ପତ୍ତି ହୋଇନାହିଁ। ଜଣେ ଏଏସ୍‌ଆଇ ଅଧିକାରୀ ଏସଂପର୍କରେ ଭ୍ରାନ୍ତି ସୃଷ୍ଟି କରିଛନ୍ତି। ତାଙ୍କ ଦୋଷ ତ୍ରୁଟି ଲୁଚାଇବାକୁ ଯାଇ ଏଭଳି ମନ୍ତବ୍ୟ ଦେଇଛନ୍ତି। ସଂପୃକ୍ତ ଏଏସ୍‌ଆଇ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ରତ୍ନଭଣ୍ଡାର କେବେ ଖୋଲାଯିବ, ଏହାର ତର୍ଜମା କରି ନିଷ୍ପତ୍ତି ନିଆଯିବ।

ସୂଚନାଯୋଗ୍ୟ, ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକ ଆଜି କହିଥିଲେ ଜୁଲାଇ ୮ରେ ରତ୍ନଭଣ୍ଡାର ଖାେଲିବ। ତାଙ୍କ ସୂଚନା ଅନୁଯାୟୀ କୋର କମିଟି ଓ ବୈଷୟିକ କମିଟିର ସଦସ୍ୟଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ।

ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି। ସ୍କାନିଂରୁ ପାର୍ଶ୍ବ କାନ୍ଥରେ କ୍ରାକ୍ ଥିବା ଜଣାଯାଇଛି। ଏହାଫଳରେ ରତ୍ନଭଣ୍ଡାର ଭିତରେ ପାଣି ପଶିଥିବ। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ। ରତ୍ନଭଣ୍ଡାର ଅନୁଧ୍ୟାନ ଓ ଯାଞ୍ଚ ପାଇଁ ଏଏସଆଇ ପକ୍ଷରୁ ୧୪ ଜଣ ସଦସ୍ୟଙ୍କୁ କମିଟି ଗଠନ କରାଯାଇଛି। ୨୦୧୮ ହୋଇଥିବା ଯାଞ୍ଚର ରିପୋର୍ଟ ଅନୁସାରେ ରତ୍ନଭଣ୍ଡାର ବାହାର ଓ ଭିତରେ ଯାହା କିଛି ସମସ୍ୟା ରହିଛି ତାକୁ ମରାମତି କରାଯିବା ସହ ରତ୍ନଭଣ୍ଡାର ଭିତରେ ଥିବା ସୁନା ଅଳଙ୍କାରର ମଣୋତି କରାଯିବ। ତେବେ ଶ୍ରୀମନ୍ଦିର ପ୍ରଶାସନ, ପଶାୟତ କମିଟିର ଉପସ୍ଥିତିରେ ଏଏସଆଇ ଟିମ୍ ୮ ଦିନ ଭିତରେ ଏହି କାର୍ଯ୍ୟକୁ ସମାପ୍ତ କରିବାକୁ ଚେଷ୍ଟା କରିବ ବୋଲି ସୂଚନା ରହିଛି।

LEAVE A REPLY

Please enter your comment!
Please enter your name here