ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

0
51

ଭଞ୍ଜନଗର,୨୦/୦୮/୨୦୨୪:
ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଓ ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁଜିତ କୁମାର ନାୟକ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 98ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୯୧ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ ୭ ଟି ଥିଲା,ଉପ ଜିଲ୍ଲାପାଳ ତ୍ୱରିତ ୮ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ ଉପ ଜିଲ୍ଲାପାଳ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ଦଶହଜାର ଏବଂ ଅନ୍ୟ ଜଣଙ୍କୁ ସାତହଜାର ଟଙ୍କା ପ୍ରଦାନ କରିଥିଲେ ,ଏହା ସହିତ ଛଅ ଜଣଙ୍କୁ ବିଧବା,ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା,ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଉପଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,ଭଞ୍ଜନଗର ଅତରିକ୍ତ ଉପଜିଲ୍ଲାପାଳ ଶ୍ରୀ ବିଶ୍ଵରଞ୍ଜନ କର,ଭଞ୍ଜନଗର ଦକ୍ଷିଣ ବନଖଣ୍ଡ ଅଧିକାରୀ ଶ୍ରୀବିନୋଦ ଆଚାର୍ଯ୍ୟ ,ଉତ୍ତର ବନଖଣ୍ଡ ଅଧିକାରୀ ଶ୍ରୀ ହିମାଂଶୁ ଶେଖର ମହାନ୍ତି,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପି,ପଦ୍ମା,ଭଞ୍ଜନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମନ୍ମଥ କୁମାର ନାୟକ,ଭଞ୍ଜନଗର, ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର,ଭଞ୍ଜନଗର ଥାନା ଅଧିକାରୀ ଶ୍ରୀ କୁମାର ମୁଦୁଲି,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l

LEAVE A REPLY

Please enter your comment!
Please enter your name here