ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଯୁବ ରେଡ୍ କ୍ରସ ଶାଖାର ଏଡ଼ସ ସଚେତନତା କାର୍ଯ୍ୟକ୍ରମ

0
12

ପୋଲସରା, (ଅନିଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଯୁବ ରେଡ୍ କ୍ରସ୍ ଓ ରେଡ୍ ରିବନ କ୍ଲବ୍ ତରଫରୁ ଏଡ୍ସ ସଚେତନତା କାର୍ଯ୍ୟକ୍ରମ ସେପ୍ଟେମ୍ବର ୨୩ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ରୁଦ୍ର ପ୍ରସାଦ ଗୌଡଙ୍କ ବେଦ ମନ୍ତ୍ର ଧ୍ଵନି ମଧ୍ୟରେ କଲେଜର ପ୍ରିନ୍ସପାଲ ରବୀନ୍ଦ୍ର ନାଥ ପାଳ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ କ୍ଷତ୍ରିୟ ବରପୁର ମହାବିଦ୍ୟାଳୟର ଅବସର ପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର୍ ବି. ଗୋବିନ୍ଦ ରାଓ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଏଡ୍ସ ରୋଗର କାରଣ, ଭୟଭୟତା ଓ ସଚେତନତାକୁ ବିଭିନ୍ନ ଗଳ୍ପ ମାଧ୍ୟମରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଏହାପରେ ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଯୁବ ଅଧ୍ୟାପକ ଲିପିନାଥ ସିଂହ ଓ ଟୁଟୁ ଡାକୁଆ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ପରିଶେଷରେ ଯୁବ ରେଡ କ୍ରସ୍ ଶାଖାର ସଂଯୋଜକ ବିଶ୍ଵନାଥ ଚୌଧୁରୀ ସ୍ଵେଚ୍ଛାସେବୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟବକ୍ତାଙ୍କ ଉପାଦେୟ ମତାମତକୁ ନିଜ ଜୀବନରେ ଚରିତାର୍ଥ କରି ସମାଜ ସେବାରେ ନିଜକୁ ନିୟୋଜିତ କରିବା ପାଇଁ ଆହ୍ବାନ ଦେଇଥିଲେ ଏବଂ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here