ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

0
13

ପୋଲସରା , ୦୮/୧୦/୨୪ : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଳକର ହାତୀଓଟ ଗ୍ରାମର ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟର ଯୁବ ରେଡକ୍ରସ ଆନୁକୂଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅକ୍ଟୋବର ୯ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବେଚ୍ଛାକୃତ ରକ୍ତଦାନ ଶିବିରକୁ ଶିକ୍ଷାବିତ ମୁରଲୀ ଧର ନନ୍ଦ ଉଦଘାଟନ କରିଥିଲେ। ଯୁବ ରେଡକ୍ରସ ସଂଯୋଜକ ଅଧ୍ୟାପକ ତ୍ରିଲୋଚନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବ୍ରହ୍ମପୁର ରକ୍ତ ଭଣ୍ଡାର କର୍ମଚାରୀଙ୍କ ସହଯୋଗରେ ମୋଟ ୩୫ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଏହି ଶିବିରରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ସମେତ କବିସୂର୍ଯ୍ୟ ନଗର ପୋଲିସ ଆଇଆଇସି ସୁଧୀର ରଞ୍ଜନ ସାମଲ , କଲେଜ ସଭାପତି ଏନ.ସନ୍ତୋଷ କୁମାର ପାତ୍ର, କଲେଜ ପ୍ରିନ୍ସପାଲ ଯାଜ୍ଞସେନୀ ସାହୁ, ଗଞ୍ଜାମ ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ଡକ୍ଟର ଜଗଦୀଶ ଚନ୍ଦ୍ର ପାଳ, ପୂର୍ବତନ ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ଅଧ୍ୟାପକ ଦିଲ୍ଲୀପ କୁମାର ଆଚାର୍ଯ୍ୟ ଓ ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକା ବୃନ୍ଦ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ରକ୍ତଦାନ ଶିବିର ପରିଚାଳନାରେ ଯୁବ ରେଡକ୍ରସ ସ୍ୱେଚ୍ଛାସେବୀ ବୃନ୍ଦ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here