ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

0
12

ବୁଗୁଡ଼ା ୧୦/୦୨/୨୫ : ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବୁଗୁଡା ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଫେବୃଆରୀ ୧୦ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ଯଜ୍ଯୋତି ପରିଡା , ଭାରପ୍ରାପ୍ତ ଉପଜିଲ୍ଲାପାଳ ଉମାଶଙ୍କର ବେହେରା, ଏଏସପି ରଞ୍ଜନ କୁମାର ଦେ, ଡେପୁଟି କଲେକ୍ଟରଙ୍କ ପ୍ରତିନିଧି ସୂର୍ଯ୍ୟ ନାରାୟଣ ଦାସ , ବିଡିଓ ଦୂତିକୃଷ୍ଣ ପାତ୍ର, ତହସିଲଦାର ତାପସ ରାଉତ ପ୍ରମୁଖ ଯୋଗ ଦେଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଉକ୍ତ କାର୍ଯ୍ୟକ୍ରମ ଅବସରରେ ୯୪ଟି ଅଭିଯୋଗ ପଞ୍ଜୀକରଣ ହୋଇଥିବା ବେଳେ ୯ଟି ଅଭିଯୋଗର ତତକ୍ଷଣାତ୍ ସମାଧାନ କରାଯାଇଥିଲା। ଏଥି ସହ ୪ ଜଣଙ୍କୁ ୨୦,୦୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଏବଂ ୪ ଜଣ ଦିବ୍ଯାଙ୍ଗଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସମେତ ବ୍ଲକର କର୍ମଚାରୀବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here