ବୁଗୁଡା , ୧୬/୩/୨୫ : ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଅନିଲ କୁମାର ମହାରଣା, ସିଆରସିସି ଶଶିକାନ୍ତ ପାତ୍ର ଓ ବରିଷ୍ଠ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ଯୋଗଦେଇ ପ୍ରତିଯୋଗିତାରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। ସହକାରୀ ଶିକ୍ଷକ ଦେବଦତ୍ତ କଅଁର ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।